ଭୁବନେଶ୍ୱର, : ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ତୃତୀୟ ଦିନରେ ପହଞ୍ଚିଛି ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ପେଟ୍ରୋଲଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଏକପ୍ରକାର ଠପ୍ ହୋଇପଡିଛି । ଘରୋଇ ବସ୍ ଚଳାଚଳ କରୁନଥିବାରୁ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ୬ ଦଫା ଦାବି ପୂରଣ ଜିଦରେ ଅଟଳ ଓଡ଼ିଶା ଡ୍ରାଇଭର ମହାସଂଘ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ବି ଆନ୍ଦୋଳନ ଜାରି ରହିଛି । ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ଆଶା କରୁଛି ଡ୍ରାଇଭର ସଂଘ ।
ଏଠାରେ ସୂଚନାଯୋଗ୍ୟ, ମୁଖ୍ୟତଃ ପୁଲିସକୁ ଗାଡ଼ି ଚେକିଂ କ୍ଷମତା ପ୍ରଦାନ ପ୍ରକ୍ରିୟାକୁ ବିରୋଧ, ସେପ୍େଟମ୍ବର ୧ ତାରିଖକୁ ଡ୍ରାଇଭର ଦିବସ ଭାବେ ପାଳନ, ଗାଡ଼ି ପାର୍କିଂ ସ୍ଥାନରେ ବିଶ୍ରାମାଗାର ଓ ଶୌଚାଳୟ ନିର୍ମାଣ, ଡ୍ରାଇଭର ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରଙ୍କୁ ସାମିଲ ଆଦି ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ କରୁଛି ।