କେନ୍ଦ୍ରାପଡ଼ା (ଯଶୋବନ୍ତ ଜେନା ): ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଅଭିଯୋଗ ଶୁଣାଣି ଗରଦପୁର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ମୋଟ ୭୪ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୬୨ଟି ବ୍ୟକ୍ତିଗତ ଥିବାବେଳେ ୧୨ଟି ସାମୂହିକ ରହିଥିଲା । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅଭିଯୋଗ ଶୁଣାଣୀରେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକର ବିଡ଼ିଓ, ତହସିଲଦାର ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲାପାଳ ପଞ୍ଜିକୃତ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବା ଉପରେ ପଦକ୍ଷେପ ନେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।