ଭୁବନେଶ୍ୱର : ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି (ଶୁକ୍ରବାର) ଠାରୁ ଆରମ୍ଭ ହୋଇ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି ।
ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୮ ଓ ୯ ତାରିଖ ଦ୍ୱିତୀୟ ଶନିବାର ଓ ରବିବାର ପାଇଁ ଅଧିବେଶନ ବନ୍ଦ ରହିବ। ଏହାପରେ ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।
ସୂଚନାଯୋଗ୍ୟ ଯେ ସପ୍ତଦଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ୨୦୨୫ ଫେବ୍ରୁୟାରି ୧୩ରୁ ଫେବ୍ରୁୟାରି ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ଏହି ସମୟରେ ସରକାର ୨୦୨୫-୨୬ ଆର୍ôଥକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ ।










































