ବାଲେଶ୍ୱର, ୨୬/୨(ହିପ୍ର)- ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା- ୨୦୨୪-୨୫ ଅନ୍ତର୍ଗତ ଆଜି ପୂର୍ବାହ୍ନ ଘ. ୪ ଟା ସମୟରେ ପର୍ଯ୍ୟାୟ କ୍ରମେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଆଦି ୫ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ବାଲେଶ୍ୱରର ପଦ୍ମାବତୀ ପାର୍କଠାରେ ପହଞ୍ଚିଛନ୍ତି I ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ତତ୍ତ୍ୱାବଧାନରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ପଞ୍ଜିକରଣ ଓ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା I ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ତତ୍ତ୍ୱାବଧାନରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି I ଏହି ସମ୍ମିଳନୀରେ ଆସନ୍ତା ୨୭ ତାରିଖରେ ହେବାକୁ ଥିବା ଯାତ୍ରା ତଥା ତତ୍ ସମ୍ବନ୍ଧିତ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ଦିଆଯାଇଥିଲା I
ବାଲେଶ୍ୱରର ୧୮୦ ଜଣ, ଭଦ୍ରକର ୧୧୭ ଜଣ, ମୟୂରଭଞ୍ଜର ୧୯୬ ଜଣ, କେନ୍ଦୁଝରର ୧୪୦ ଜଣ ଓ ଯାଜପୁରର ୧୪୨ ଜଣ ଆଦି ୫ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଏହି ଯାତ୍ରାରେ ଯୋଗ ଦେଉଛନ୍ତି I
ବରିଷ୍ଠ ନାଗରିକଙ୍କ ପଞ୍ଜିକରଣ ଓ ସ୍ୱାସ୍ଥ୍ୟ ପରୀକ୍ଷା ନିମନ୍ତେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି I ଆସନ୍ତା ୨୭ ତାରିଖ ଦିନ ସକାଳ ପ୍ରାୟ ଘ. ୧୧.୩୦ ମି ସମୟରେ ବାଲେଶ୍ଵର ରେଳ ଷ୍ଟେସନ ଠାରୁ ତୀର୍ଥଯାତ୍ରୀମାନେ ଶିରିଡ଼ି-ନାଶିକ୍ ଅଭିମୁଖେ ଯାତ୍ରା କରିବେ I ଏହି ଯୋଜନା ଅନ୍ତର୍ଗତ ୭୭୫ ଜଣ ବରିଷ୍ଠ ତୀର୍ଥଯାତ୍ରୀ ଓ ସମ୍ମିଳିତ ଜିଲ୍ଲାଗୁଡିକର ୨୫ ଜଣ ଏସ୍କର୍ଟ ଅଧିକାରୀ ରେଳ ବିଭାଗ ଯୋଗାଇଦେଉଥିବା ସ୍ୱତନ୍ତ୍ର ରେଳ ଯୋଗେ ଯାତ୍ରା କରିବେ I ସରକାରୀ ଭାବେ ସେମାନଙ୍କର ରହଣି, ଖାଦ୍ୟପାନୀୟ ଆଦିର ବ୍ୟବସ୍ଥା ସହ ଆମୋଦ ନିମନ୍ତେ ଭଜନ ସନ୍ଧ୍ୟାର ଆୟୋଜନ କରାଯାଇଛି Iସୂଚନା ଯୋଗ୍ୟ ଯେ ରାଜ୍ୟରେ ଆର୍ଥିକ ଅନଗ୍ରସର ଓ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କର ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ନିମନ୍ତେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରଣୟନ କରାଯାଇ ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପ୍ରଦାନ କରାଯାଉଛି । ଏହି ଯୋଜନାରେ ୬୦ ରୁ ୭୫ ବର୍ଷ ବୟସ୍କ ନାଗରିକମାନଙ୍କୁ ଜାତି ଧର୍ମ ନିର୍ବିଶେଷରେ ଚୟନ କରାଯାଉଅଛି ।ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ହେମନ୍ତ କୁମାର ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଶ୍ରୀ ବିଶ୍ୱରଂଜନ ନାୟକ, ଉପଜିଲ୍ଲାପାଳ (ନୀଳଗିରି) ଶ୍ରୀମତୀ ଶୁଭଶ୍ରୀ ରଥ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ଅମ୍ଲାନ ନାୟକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ଉପସ୍ଥିତ ଥିଲେ I