ଭୁବନେଶ୍ୱର: ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି । ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଟଙ୍କାର ଦ୍ୱିତୀୟ କିସ୍ତି ଏଥର ବ୍ରହ୍ମପୁରରୁ ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ଏନେଇ ପ୍ରଭାତୀ ପରିଡା କହିଛନ୍ତି, ମାର୍ଚ୍ଚ ୮ ରେ ମିଳିବ ସୁଭଦ୍ରା ଟଙ୍କା। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୂଚନା ଅନୁଯାୟୀ , ତେବେ ୨ୟ କିସ୍ତି ପୂର୍ବରୁ ପ୍ରଥମ କିସ୍ତିର ୫ମ ପର୍ୟ୍ୟାୟ ଟଙ୍କା ମଧ୍ୟ କିଛି କିଛି ମହିଳାଙ୍କ ଖାତାକୁ ଆସୁଛି । ଏ ନେଇ ପୂର୍ବରୁ ବି ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବର୍ତ୍ତମାନ ସୁଦ୍ଧା ୯୮ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ।